ଆଜି ବିଜେଡ଼ିର ଦୁଇ ନେତାଙ୍କୁ ଦଳ ବିରୋଧୀ କାର୍ଯ୍ୟପାଇଁ ନିଲମ୍ବନ କରାଯାଇଛି । ଯାଜପୁର ବିଜେଡ଼ି ଜିଲ୍ଲା ପରିଷଦ ଅଧ୍ୟକ୍ଷା ନଳୀନିପ୍ରଭା ଜେନାଙ୍କୁ ଆଜି ନିଲମ୍ବନ କରାଯାଇଛି । ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ନିଲମ୍ବନ କରିଛନ୍ତି । ଦଳ ବିରୋଧୀ କାର୍ଯ୍ୟ ପାଇଁ ନଳୀନିପ୍ରଭାଙ୍କୁ ନିଲମ୍ବିତ କରାଯାଇଛି । ଆଜି ଯାଜପୁରର ଅନ୍ୟ ଜଣେ ନେତାଙ୍କୁ ମଧ୍ୟ ନିଲମ୍ବନ କରାଯାଇଥିଲା । ଯାଜପୁର ଜିଲ୍ଲା ପରିଷଦ ଉପସଭାପତି ଗଣେଶ୍ୱର ବରାଳଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ଦଳବିରୋଧୀ କାର୍ଯ୍ୟକଳାପ ପାଇଁ ତାଙ୍କୁ ନିଲମ୍ବନ କରାଯାଇଥିବା ବିଜେଡି ଉପସଭାପତି ପ୍ରତାପ ଜେନା ସୂଚନା ଦେଇଛନ୍ତି। ଗତକାଲି ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର ଓ ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ଙ୍କୁ ଦଳ ବିରୋଧୀ କାର୍ଯ୍ୟ ପାଇଁ ନିଲମ୍ବିତ କରାଯାଇଥିଲା।

LEAVE A REPLY

Please enter your comment!
Please enter your name here