ଦିଲ୍ଲୀର ଲାଲକିଲ୍ଲା ନିକଟରେ ଏକ କାରରେ ବିସ୍ପୋରଣ ଘଟିଛି। ବିସ୍ଫୋରଣ ପରେ କାରରେ ନିଆଁ ଲାଗିଯାଇଛି। ଏହି ବିସ୍ଫୋରଣରେ ୮ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଘଟଣା ସମୟରେ ବହୁ ସଂଖ୍ୟାରେ ଲୋକ ସେଠାରେ ଉପସ୍ଥିତ ଥିଲେ । ବିସ୍ପୋରଣ ଫଳରେ ଅନେକ ଲୋକ ଏଥିରେ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦିଲ୍ଲୀ ପୋଲିସ ସମଗ୍ର ଅଞ୍ଚଳକୁ ଘେରାବନ୍ଦୀ କରିଛି। ହେଲେ ପୋଲିସ ପକ୍ଷରୁ ଏପର୍ଯ୍ୟନ୍ତ କୌଣସି ବିବୃତ୍ତି ଜାରି କରାଯାଇନାହିଁ।ଏହି ଘଟଣା ଲାଲକିଲ୍ଲା ମେଟ୍ରୋ ଗେଟ୍ ନମ୍ବର ୧ ନିକଟରେ ଘଟିଛି। ତେବେ ବିସ୍ଫୋରଣ ପଛରେ କାହାର ହାତ ରହିଛି ତାହା ଜଣାପଡ଼ି ନ ଥିବାବେଳେ ଦିଲ୍ଲୀରେ ହାଇଆଲର୍ଟ ଜାରି କରାଯାଇଛି। ବିସ୍ଫୋରଣର କାରଣ ଜଣାପଡ଼ି ନାହିଁ। ବିସ୍ଫୋରଣ ପରେ ଅନ୍ୟ ୩ଟି କାରରେ ନିଆଁ ଲାଗିଯାଇଥିଲା। ଏହା ଆତଙ୍କୀ କାର୍ଯ୍ୟକଳାପ କି ଅନ୍ୟ କିଛି ତାହା ସ୍ପଷ୍ଟ ହୋଇନାହିଁ। ପୁଲିସ ଘଟଣାର ତଦନ୍ତ କରୁଅଛି।

LEAVE A REPLY

Please enter your comment!
Please enter your name here