ରାଜ୍ୟରେ ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଥିବା ବେଳେ ବଙ୍ଗୋପସାଗରର ଉତ୍ତର ଓଡିଶା ପଶ୍ଚିମବଙ୍ଗ ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ଦୁଇଦିନ ଧରି ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଆଜି ସକାଳ ଠାରୁ ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ପଶ୍ଚିମ ଓଡିଶାର 10ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ଓ୍ବାଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲାଗୁଡିକ ମଧ୍ୟରେ ରହିଛି, ସମ୍ବଲପୁର, ଅନୁଗୁଳ, ବୌଦ୍ଧ, ସୋନପୁର, ବରଗଡ, ଦେବଗଡ, ବଲାଙ୍ଗୀର, ସୁନ୍ଦରଗଡ, କେନ୍ଦୁଝର ଓ ଝାରସୁଗୁଡା । ସେହିପରି 26 ତାରିଖ ସକାଳ ଠାରୁ 27 ତାରିଖ ପର୍ଯ୍ୟନ୍ତ ବରଗଡ, ବଲାଙ୍ଗୀର, ସମ୍ବଲପୁର, ସୋନପୁର, କଳାହାଣ୍ଡି, ନୂଆପଡା, ବୌଦ୍ଧ ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆକଳନ କରାଯାଇଛି ।
ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଓ ନୂଆପଡା ଜିଲ୍ଲାକୁ ୟେଲୋ ଓ୍ାଣିଂ ଜାରି କରାଯାଇଛି ।

ରାଜ୍ୟରେ ମୌସୁମୀ ଜନିତ ବର୍ଷା ଜାରି ରହିଥିବା ବେଳେ ଲଘୁଚାପ ପ୍ରଭାବରେ ବର୍ଷାର ପରିମାଣ ବଢ଼ିବ। ଦୁଇ ଦିନ ଧରି କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏନେଇ ଗତକାଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିଲା।

LEAVE A REPLY

Please enter your comment!
Please enter your name here