ପଞ୍ଚମ ପାଳି ଶାସନ ଆରମ୍ଭ ପରେ ଆଜି ପ୍ରଥମ ଥର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି । ଆସନ୍ତା ୧୧ ତାରିଖରେ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି । ରାଜ୍ୟରେ ପଡ଼ି ରହିଥିବା ବିଭିନ୍ନ କେନ୍ଦ୍ରୀୟ ପ୍ରକଳ୍ପ କାର୍ଯ୍ୟର ତ୍ୱରାନ୍ୱିତ ପାଇଁ ଆଲୋଚନା କରି ପାରନ୍ତି । ଏହା ସହିତ ଲୋକସଭାରେ ହେବାକୁ ଥିବା ଉପବାଚସ୍ପତି ଚୟନ ପାଇଁ ପ୍ରଧାନମନ୍ତ୍ରୀଙ୍କ ସହିତ ମଧ୍ୟ ଆଲୋଚନା କରିବେ ବୋଲି ଚର୍ଚ୍ଚା ହେଉଛି ।  ସେହିପରି ଆସନ୍ତା ୧୫ ତାରିଖରେ ନୂଆଦିଲ୍ଲୀରେ ନୀତି ଆୟୋଗ ବୈଠକ ବସିବ । ମୁଖ୍ୟମନ୍ତ୍ରୀ ନୀତ ଆୟୋଗ ବୈଠକରେ ମଧ୍ୟ ଯୋଗ ଦେବାର ସୂଚନା ରହିଛି ।

LEAVE A REPLY

Please enter your comment!
Please enter your name here