ନାଇଜେରିଆରୁ ଜଣେ ବ୍ୟକ୍ତି କରୋନା ପଜିଟିଭ୍ ଚିହ୍ନଟ । ଜଗତସିଂହପୁରର ଏହି ବ୍ୟକ୍ତି ଜଣଙ୍କୁ ଏବେ ଆଇସୋଲେସନରେ ରଖାଯାଇଛି । ସେ ଜଗତସିଂହପୁର ଓ କଟକ ଯାଆସ କରିଥିଲେ । ତିନି ଦିନ ତଳେ କରୋନା ଆକ୍ରାନ୍ତ ହେବା ପରେ ଘରୋଇ ହସ୍ପିଟାଲରେ ତାଙ୍କୁ ଆଇସୋଲେସନରେ ରଖାଯାଇଛି । ଯେହେତୁ ରିସ୍କ ଦେଶରୁ ଫେରିଛନ୍ତି, ତେଣୁ ତାଙ୍କର ଜିନମ ସିକ୍ୱେନ୍‌ସିଂ ପାଇଁ ନମୁନା ପଠାଯାଇଛି । କଟକକୁ ବିଦେଶରୁ ଆସିଥିବା ୧୦୦ ଜଣେ ବ୍ୟକ୍ତିଙ୍କ କରୋନା ଟେଷ୍ଟ କରାଯାଇଛି । ସମସ୍ତ ବିଦେଶ ଫେରନ୍ତାଙ୍କ ଉପରେ କଡ଼ ନଜର ରଖାଯାଇଥିବା ସିଡିଏମ୍ଓ କହିଛନ୍ତି । ପ୍ରତ୍ୟେକ ଦିନ ଗୋଟିଏ ପରେ ଗୋଟିଏ ରାଜ୍ୟକୁ ଡେଉଁଛି ଓମିକ୍ରନ । କରୋନାର ଦ୍ୱିତୀୟ ଲହର ପରି ପୁଣି ଥରେ ସ୍ଥିତି ଉପୁଜିପାରେ ବୋଲି ସ୍ୱାସ୍ଥ୍ୟ ବିଶେଷଜ୍ଞମାନେ ଆଶଙ୍କା କଲେଣି ।

LEAVE A REPLY

Please enter your comment!
Please enter your name here