ଆଜି ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଓ ଆଉ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ ।ନିଜର ନିର୍ବାଚନମଣ୍ଡଳୀରେ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି ଦୁଇ ବରିଷ୍ଠ ନେତା। ସୋମବାର ବିଧାନସଭା ପ୍ରଶ୍ନକାଳରେ ବିଜେଡି ବିଧାୟକ ନିରଞ୍ଜନ ପୂଜାରୀ କହିଥିଲେ ଯେ ସୋନପୁରରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ନିର୍ମାଣ ଶୈଳୀ ଦେଶର ଦ୍ଵିତୀୟ ସ୍ଥାନରେ ରହିଛି, କିନ୍ତୁ ଡାକ୍ତର ନାହାନ୍ତି। ସ୍ବାସ୍ଥ୍ୟମନ୍ତ୍ରୀ ତାଙ୍କ ଅଞ୍ଚଳକୁ ଭଲ ଡାକ୍ତର ବଦଳି କରି ନେଇଯାଉଛନ୍ତି। ଯେଉଁ କାରଣରୁ ଅନେକ ରୋଗୀ ଚିକିତ୍ସା ପାଇବାରୁ ବଞ୍ଚିତ ହେଉଛନ୍ତି। ଏହାପରେ ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଉତ୍ତରରେ କହିଥିଲେ, ବିଜେଡି ସରକାର ୨୪ ବର୍ଷ ଧରି କ୍ଷମତାରେ ଥିବାବେଳେ ଅନେକ ସମସ୍ୟା ରହିଥିଲା ଯାହା ବିଜେପି ଏବେ ଉତ୍ତରାଧିକାରୀ ସୂତ୍ରରେ ସେସବୁ ପାଇଛି। ପୂର୍ବ ସରକାରରେ ନିରଞ୍ଜନ ପୂଜାରୀ ନିଜେ ସ୍ବାସ୍ଥ୍ୟମନ୍ତ୍ରୀ ଥିଲେ। ହେଲେ ସେ କ’ଣ କରିଛନ୍ତି। ରାଜ୍ୟରେ ମୋହନ ସରକାର ଆସିବାକୁ ମାତ୍ର ଦେଢ଼ ବର୍ଷ ହୋଇଛି। ଆଉ ଦେଢ଼ ବର୍ଷ ଭିତରେ ସ୍ପେସିଆଲିଷ୍ଟ ଡାକ୍ତର ତିଆରି ହୋଇପାରିବେ ନାହିଁ। ଏହାସତ୍ତ୍ୱେ ମଧ୍ଯ ବର୍ତ୍ତମାନ ସୁଦ୍ଧା ୫ ହଜାର ୧୯୫ ମେଡିକାଲ୍ ଅଫିସର ଓ ପାରା ମେଡିକାଲ ଷ୍ଟାଫ ନିଯୁକ୍ତ ହୋଇଛନ୍ତି।ରାଜ୍ଯରେ ସ୍ପେସାଲିଷ୍ଟ ଡାକ୍ତରଙ୍କର ଅଭାବ ରହିଛି, ଆଗକୁ ଏହି ପଦବୀ ପୂରଣ କରାଯିବ।

LEAVE A REPLY

Please enter your comment!
Please enter your name here