ସ୍ୱାଭିମାନ ଅଞ୍ଚଳବାସୀଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ୱାଭିମାନ ଅଞ୍ଚଳର ଜନତାପାଇଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସ୍ଥାନୀୟ ଲୋକଙ୍କୁ ଭିଡିଓ କନଫରେନସିଂ ମାଧ୍ୟମରେ ବିକାଶର ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ୭୯୧୭ ପରିବାରକୁ ୪ଜି ମୋବାଇଲ ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ ସ୍ୱାଭିମାନ ଅଞ୍ଚଳରେ ବିକାଶ ଧାରା ଆଗକୁ ଜାରି ରହିବା ସହିତ ନୂଆ ରାସ୍ତା, ମୋବାଇଲ ଟାୱାରଏବଂ ଆବାସ ଯୋଜନା ମାଧ୍ୟମରେ ସ୍ୱାଭିମାନ ଅଞ୍ଚଳବାସୀଙ୍କୁ ଘର ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here