ଆଗକୁ ନିର୍ବାଚନ ଥିବାରୁ ନୂଆ ରଣନୀତି ଆରମ୍ଭ କରିଦେଇଛି ବିଜେଡି । ବିଜେଡିର ସାଙ୍ଗଠନିକ ସ୍ତରରେ ଅଦଳବଦଳ କରିଛନ୍ତି ସଭାପତି ନବୀନ ପଟ୍ଟନାୟକ । ଦଳରୁ ବରିଷ୍ଠ ନେତା ଦାମୋଦର ରାଉତଙ୍କୁ ବହିଷ୍କାର କରାଯିବା ପରେ ବିଜେଡି ସାଙ୍ଗଠନିକ ସ୍ତରରେ ଅଦଳବଦଳ କରାଯାଇଛି । ଦାମଙ୍କ ବିରୁଦ୍ଧରେ ଅଭିଯୋଗ କରିଥିବା ବାଲିକୁଦା-ଏରସମା ବିଧାୟକ ପ୍ରଶାନ୍ତ ମୁଦୁଲିଙ୍କୁ ପୁରସ୍କୃତ କରାଯାଇଛି । ତାଙ୍କୁ ଜଗତସିଂହପୁର ଜିଲ୍ଲାର କାର୍ଯ୍ୟକାରୀ ସଭାପତି ଦାୟିତ୍ୱ ଦିଆଯାଇଛି । ସେ ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ମଧ୍ୟ ଅଛନ୍ତି ।
ସେହିପରି ରାଜ୍ୟସଭା ସାଂସଦ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ କୋରାପୁଟ ଜିଲ୍ଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛନ୍ତି ସଭାପତି ।
ପ୍ରଫୁଲ ମଲ୍ଲିକଙ୍କୁ ଢେଙ୍କାନାଳ ଜିଲ୍ଲା ସଭାପତି ଦାୟିତ୍ୱ ଦିଆଯାଇଥିବାବେଳେ ନୃସିଂହ ସାହୁଙ୍କୁ ଦଳର ସାଧାରଣ ସମ୍ପାଦକ କରାଯାଇଛି ।
ପ୍ରତାପ ଜେନାଙ୍କୁ ଜଗତସିଂହପୁର ଜିଲ୍ଲାର ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି ।
ଭୁବନେଶ୍ୱର ଜିଲ୍ଲା ସଭାପତି ଭାବେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡାଙ୍କୁ ନିଯୁକ୍ତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ବିଜୟ କୁମାର ନାୟକଙ୍କୁ ଢେଙ୍କାନାଳ ଜିଲ୍ଲାର ସହ ପର୍ଯ୍ୟବେକ୍ଷକ ନିଯୁକ୍ତ କରାଯାଇଛି ।

LEAVE A REPLY

Please enter your comment!
Please enter your name here