ନିର୍ବାଚନ ପାଇଁ ସବୁ ଦଳର ପ୍ରାର୍ଥୀମାନଙ୍କ ନାମାଙ୍କନ ଦାଖଲ ପ୍ରକ୍ରିୟା ଜାରି ରହିଥିବା ବେଳେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ସୋମବାର ହେଉଛି ଶେଷ ଦିନ. ସେହିଭଳି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆସନ୍ତା କାଲି ଶେଷ ଦିନ ହୋଇଥିବା ବେଳେ ସୋମବାର ଅର୍ଥାତ ଆଜି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେପୁର ବିଧାନସଭା ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିବେ. ଅପରାହ୍ନ ସମୟରେ ନବୀନ, ଜିଲ୍ଲାର ସମସ୍ତ ବିଧାୟକ ଓ ସାଂସଦଙ୍କ ଉପସ୍ଥିତିରେ ପଦ୍ମପୁର ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ଭରିବେ. ପରେ ନିର୍ବାଚନ ଅଧିକାରୀଙ୍କ ନିକଟରେ ଦାଖଲ କରିସାରିବା ପରେ ଉକ୍ତ ଜିଲ୍ଲାରେ ଆୟୋଜିତ ଏକ ସଭାରେ ଯୋଗ ଦେବେ ନବୀନ.

LEAVE A REPLY

Please enter your comment!
Please enter your name here