କଟକ କଣ୍ଟାପଡା ତହସିଲଦାର ପ୍ରସନ୍ନ ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ କରିଛି ରେଡ୍ ଏବଂ ରେଡ୍ ବେଳେ ଜବତ ହୋଇଛି ୭ କୋଟିରୁ ଅଧିକ ଜମା ଟଙ୍କା, ନଗଦ ୨ ଲକ୍ଷ ୧୫ ହଜାର ଟଙ୍କା ଏବଂ ଲକ୍ଷାଧିକ ଟଙ୍କାର ସୁନାଗହଣା ଓ ୧୦ରୁ ଅଧିକ ବ୍ୟାଙ୍କ ପାସବୁକ ଜବତ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୭ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଛି । କଟକ, ଭୁବନେଶ୍ୱର, ପୁରୀ ଓ କେନ୍ଦ୍ରାପଡାର ୭ଟି ସ୍ଥାନରେ ରେଡ୍ କରିଛି। ଭୁବନେଶ୍ୱରର ସହିଦନଗରରେ ୩ମହଲା ବିଲ୍ଡିଂ ଓ ଏହାସହ ଏକ ନିର୍ମାଣଧୀନ ୩ ମହଲା କୋଠା ରହିଛି। ପୈତୃକ ଘର ପୁରୀ ଜିଲ୍ଲା ଗଡିଶାଗଡ଼ ଥାନା ଦୁଛିଆରେ ରେଡ୍ କରୁଛି ଟିମ୍। ସେପଟେ ଭୁବନେଶ୍ୱର ଲକ୍ଷ୍ମୀସାଗର ଓ କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇରେ ଥିବା ସମ୍ପର୍କୀୟଙ୍କ ଘର, କଣ୍ଟାପଡାରେ ଥିବା ସରକାରୀ କ୍ବାର୍ଟର୍ସ ଓ କାର୍ଯ୍ୟାଳୟରେ ଯାଞ୍ଚ କରୁଛି ଟିମ୍। ଅଧିକାରୀମାନେ କହିଛନ୍ତି ଯେ ତଲାସ ପ୍ରକ୍ରିୟା ଏବେ ବି ଜାରି ରହିଛି, ଏବଂ ସମ୍ପତ୍ତି, ଡକ୍ୟୁମେଣ୍ଟ ଏବଂ ଅନ୍ୟାନ୍ୟ ଜିନିଷର ମୂଲ୍ୟାଙ୍କନ ବର୍ତ୍ତମାନ ଚାଲିଛି। ଚଢ଼ାଉ ଶେଷ ହେବା ପରେ ଅଧିକ ତଥ୍ୟ ସାମ୍ନାକୁ ଆସିବ।












