ବୌଦ୍ଧ ଜିଲ୍ଲା ରାଜନଗର ଛକ ନିକଟ 57 ନମ୍ବର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି. ଫଳରେ ସେଥିରେ ଯାଉଥିବା ବୌଦ୍ଧ ଜିଲ୍ଲାର କୃଷି ଉପ-ନିର୍ଦ୍ଦେଶକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି. ମିଳିଥିବା ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱରରୁ ଫେରୁଥିବା ସମୟରେ ବୋଲେରୋଟି ରାଜନଗର ଛକ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା. ଫଳରେ କୃଷି ଉପ-ନିର୍ଦ୍ଦେଶକ ମନୋରଞ୍ଜନ ମଲ୍ଲିକଙ୍କ ମୃତ୍ୟୁ ହୋଇଥିବା ବେଳେ ଗାଡି ଡ୍ରାଇଭର ଓ ପିଅନ ଗୁରୁତର ହୋଇଛନ୍ତି. ସେମାନଙ୍କୁ ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି. ଦୁର୍ଘଟଣାର କାରଣ ଜଣାପଡିନଥିବା ବେଳେ ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି.

 

LEAVE A REPLY

Please enter your comment!
Please enter your name here