ଆଜି ଭୋର ସମୟରେ ଝାରସୁଗୁଡା ସଦର ଥାନା ନିକଟରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏହି ଦୁର୍ଘଟଣାରେ ୫ଜଣ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଦ୍ରୁତଗାମୀ ଟ୍ରଲର ଓ ପୋଲିସ ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ୫ ଜଣ ପୋଲିସ କର୍ମଚାରୀଙ୍କ ଜୀବନ ଚାଲିଯାଇଛି । ଏହି ଦୁର୍ଘଟଣାରେ ଅନ୍ୟ ୩ ଜଣ ଗୁରୁତର ଭାବେ ଆହତ ହୋଇ ଚିକିତ୍ସାଧୀନ ଅଛନ୍ତି। ଭୋର ସକାଳେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରଲର ସହ ପୋଲିସ ବୋଲେରୋ ମୁହାଁ ମୁହିଁ ଧକ୍କା ହୋଇଥିଲା। ସ୍ଥାନୀୟ ଲୋକ ଓ ପୋଲିସ ଦଳ ଘଟଣାସ୍ଥଳରେ ପହଞ୍ଚି ଗାଡି ଭିତରୁ ମୃତଦେହ ଗୁଡିକୁ ବାହାର କରିଥିଲେ। ଆହତମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି । ମୃତକ ପୋଲିସ ୫ଜଣ ହେଲେ କାଶୀରାମ ଭୋଇ, ନିରଞ୍ଜନ କୁଜୁର , ଦେବଦତ୍ତ ସା , ଲିଙ୍ଗରାଜ ଧୂରୁଆ, ଭକ୍ତବନ୍ଧୁ ମିର୍ଧା । ଆହତ ୩ଜଣ ହେଲେ ଦୁବରାଜ ମିରିଗ, ଆକାଶ ନାଏକ , ରାଜୀବ ଭରସାଗର । ଘଟାସ୍ଥଳରେ ପୋଲିସ ଅଧିକାରୀମାନେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଟ୍ରଲର ଚାଳକଙ୍କୁ ଅଟକ ରଖିଛି ପୋଲିସ୍ ଓ ଗାଡିଟିକୁ ଜବତ କରି ତଦନ୍ତ ଆରମ୍ଭ କରିଛି ପୋଲିସ ।














