ରାଜ୍ୟସଭା ନିର୍ବାଚନ ପାଇଁ ଆଜି ବିଜେଡ଼ି ପ୍ରାର୍ଥୀ ସଂତୃପ୍ତ ମିଶ୍ର ଏବଂ କମନ୍ ପ୍ରାର୍ଥୀ ଡାକ୍ତର ଦତ୍ତେଶ୍ୱର ହୋତା ନାମାଙ୍କନ ଦାଖଲ କରିଛନ୍ତି । ଗୁରୁବାର ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ୩ୟ ଆସନ ପାଇଁ ବିଜେଡି ପ୍ରାର୍ଥୀ ସଂତୃପ୍ତ ମିଶ୍ର ଏବଂ ୪ର୍ଥ ସିଟ୍ ପାଇଁ କମନ୍ ପ୍ରାର୍ଥୀ ଦତ୍ତେଶ୍ୱର ହୋତା ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ନାମାଙ୍କନ ଦାଖଲରେ ସମୟରେ ବିଧାନସଭାରେ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ, ପିସିସି ସଭାପତି ଭକ୍ତ ଚରଣ ଦାସ, ନରସିଂହ ମିଶ୍ର, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ ଏବଂ ଦୁଇ ଦଳର ବିଧାୟକ ଗଣ ଉପସ୍ଥିତ ଥିଲେ ।
ସୁପ୍ରିମୋ ନବୀନ ପଟ୍ଟନାୟକ ଉଭୟ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇବା ସହିତ ବିଜୟ କାମନା କରିଛନ୍ତି । ଏହା ସହିତ ସମ୍ଭାବ୍ୟ ମେଣ୍ଟ ସମ୍ପର୍କରେ ସମୟ କହିବ ବୋଲି କହିଛନ୍ତି ନବୀନ । ସଂତୃପ୍ତ ମିଶ୍ର କହିଛନ୍ତି, ଯେ ରାଜନୀତିରେ କେହି କାହାର ଶତ୍ରୁ ନୁହଁନ୍ତି କିନ୍ତୁ ମତ ପାର୍ଥକ୍ୟ ରହିଛି । ସେ ଆଗାମୀ ଦିନରେ ସମସ୍ତ ବିଧାୟକମାନଙ୍କ ସହିତ ବ୍ୟକ୍ତିଗତ ଆଲୋଚନା କରିବେ ।

LEAVE A REPLY

Please enter your comment!
Please enter your name here