ବିଜେଡିରେ ସାମିଲ ହୋଇଛନ୍ତି ପୂର୍ବତନ ପୂର୍ତ୍ତ ସଚିବ ନଳିନୀକାନ୍ତ ପ୍ରଧାନ । ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ନବୀନ ନିବାସରେ ଶଙ୍ଖ ଧରିଛନ୍ତି ନଳିନୀ । ଗତ ୨୮ ତାରିଖରେ ବ୍ୟକ୍ତିଗତ କାରଣ ଦର୍ଶାଇ ନଳିନୀକାନ୍ତ ବିଭାଗୀୟ ସଚିବ ପଦରୁ ଇସ୍ତଫା ଦେଇଥିଲେ । ତେବେ ନିର୍ବାଚନକୁ ଆଉ ମାତ୍ର ଦିନ କେଇଟା ବାକି ଥିବାବେଳେ ଇସ୍ତଫା ଦେଇ ରାଜନୀତିରେ ପାଦ ଥାପିଛନ୍ତି ସେ । ନଳିନୀଙ୍କ ବିଜେଡିରେ ସାମିଲ ହେବା ନେଇ ଆଗାମୀ ନିର୍ବାଚନରେ ତାଙ୍କୁ ଦଳ ପ୍ରାର୍ଥୀ କରିବ ବୋଲି ଶୁଣିବାକୁ ମିଳୁଛି । ରାଜନୀତି ସମୀକ୍ଷକଙ୍କ ମୁତାବକ ନଳିନୀ ପଶ୍ଚିମ ଓଡିଶାର ଗୁରୁତ୍ୱପୂର୍ଣ୍ଣ ଆସନ ଯଥା ସମ୍ବଲପୁର ସଂସଦୀୟ କ୍ଷେତ୍ରରୁ ଦଳୀୟ ଟିକେଟରେ ନିର୍ବାଚନ ଲଢିପାରନ୍ତି ।
ସହ ନଳିନୀଙ୍କ ଏକ ପୋଷ୍ଟର ଲାଗିଥିଲା।

LEAVE A REPLY

Please enter your comment!
Please enter your name here