ସୋସିଆଲ ମିଡିଆରେ ଶ୍ରୀମନ୍ଦିରକୁ ମିଳିଛି ବୋମାମାଡ଼ ଧମକ। ଏହି ମାମଲାରେ ଜଣକୁ ଅଟକ ରଖିଛି ପୁଲିସ। ଜୁଲି ରାଣୀ ପଣ୍ଡା ନାମକ ଏକ ଫେସବୁକ ଆଇଡିରେ ଶ୍ରୀମନ୍ଦିର ସମେତ ପୁରୀ ଗ୍ରାଣ୍ଡ ସେଣ୍ଟର ଓ ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆଙ୍କୁ ଧମକପୂର୍ଣ୍ଣ ମେସେଜ୍ ଦିଆଯାଇଛି। ପୁରୀ ଜଗନ୍ନାଥ ମନ୍ଦିରରେ ଖୁବଶୀଘ୍ର ବୋମା ପଡ଼ିବ ଏବଂ ଗ୍ରାଣ୍ଡ ସେଣ୍ଟରରେ ଗୁଳି ଫୁଟାଇ ଦିଆଯିବ ବୋଲି ଲେଖାଯାଇଥିଲା ଏବଂ ଖୁବଶୀଘ୍ର ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆଙ୍କୁ ଗୁଳିମାଡ଼ ହେବ ବୋଲି ଧମକ ଦିଆଯାଇଛି । ଏହି ଧମକ ପରେ ପୁରୀ ପୁଲିସ ପକ୍ଷରୁ ତଦନ୍ତ ପ୍ରକ୍ରିୟା ଆରମ୍ଭ କରାଯାଇଛି ଏବଂ ପୁରୀ ସିଟି ଡିଏସପିଙ୍କ ନେତୃତ୍ୱରେ ଏକ ସ୍ବତନ୍ତ୍ର ଟିମ୍ ଗଠନ କରାଯାଇ ତଦନ୍ତ କରାଯାଉଛି। ଧମକପୂର୍ଣ୍ଣ ପୋଷ୍ଟରେ ସୋସିଆଲ ମିଡ଼ିଆ ଆକାଉଣ୍ଟର ୟୁଆରଏଲ୍ ଲିଙ୍କ କୁ ଯାଞ୍ଚ କରାଯାଉଛି। ତେବେ ଆଜି ସନ୍ଧ୍ୟା ସୁଦ୍ଧା ସମସ୍ତ ଘଟଣା ସ୍ପଷ୍ଟ ହେବ ବୋଲି ପୁରୀ ଏସପି ପ୍ରତୀକ ସିଂ ସୂଚନା ଦେଇଛନ୍ତି। ତେବେ ଜୁଲି ରାଣୀ ପଣ୍ଡା କିଏ ଓ ସେ ଏମିତି କାହିଁକି ପୋଷ୍ଟ କରିଛନ୍ତି ତାକୁ ନେଇ ଆଶଙ୍କା ବଢ଼ିଛି। ପୂର୍ବରୁ ଶ୍ରୀମନ୍ଦିରକୁ ଆତଙ୍କବାଦୀଙ୍କ ଆକ୍ରମଣର ଭୟ ଥିବା ଗୁଇନ୍ଦା ବିଭାଗ ତରଫରୁ ସ୍ପଷ୍ଟ ହୋଇଥିବା ବେଳେ, ଏହି ଧମକପୂର୍ଣ୍ଣ ମେସେଜକୁ ନେଇ ଭୟ ବାତାବରଣ ସୃଷ୍ଟି ହୋଇଛି ।

LEAVE A REPLY

Please enter your comment!
Please enter your name here