ଓଡ଼ିଶା-ଝାଡଖଣ୍ଡ ସୀମାନ୍ତ ସରଣ୍ଡା ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର। ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିହତ ହୋଇଛନ୍ତି। ଯବାନଙ୍କ ଗୁଳିରେ ଆଉ କିଛି ମାଓବାଦୀ ଆହତ ହୋଇଥିବା ମଧ୍ୟ ଜଣାପଡିଛି। ବାକି ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଛି। ସରଣ୍ଡା ଜଙ୍ଗଲରେ ମାଓବାଦୀଙ୍କ ଗତିବିଧି ଥିବା ନେଇ ସୁରକ୍ଷାକର୍ମୀଙ୍କୁ ଗୁଇନ୍ଦା ସୂଚନା ମିଳିଥିଲା ।
ଏହାପରେ ସ୍ଥାନୀୟ ପୋଲିସ, ସିଆରପିଏଫ୍, କୋବ୍ରା, ଜାଗୁଆର ବାହିନୀର ଯବାନମାନେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ସମଠା ଓ କିରିବୁରୁ ମଝିରେ ଯବାନ ଓ ମାଓବାଦୀମାନେ ମୁହାଁମୁହିଁ ହୋଇଥିଲେ। ଦୀର୍ଘ ସମୟ ଧରି ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ମାଓବାଦୀମାନେ ଘଟଣାସ୍ଥଳରୁ ପଳାୟନ କରିଥିଲେ । ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେସନରେ ଦୁଇ ଜଣ ମାଓବାଦୀଙ୍କ ମୃତଦେହ ଠାବ ହୋଇଥିଲା ଏବଂ ଆଉ କିଛି ମାଓବାଦୀ ଆହତ ହୋଇଥିବା ମଧ୍ୟ ଜଣାପଡିଛି। ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଏବେବି ଜାରି ରହିଛି।














