୧୦ମ ଥର ବିହାର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରି ରେକର୍ଡ କରିଛନ୍ତି ନୀତିଶ କୁମାର । ଏହା ସହ ସେ ବିହାରର ସବୁଠାରୁ ଦୀର୍ଘକାଳୀନ ମୁଖ୍ୟମନ୍ତ୍ରୀ ହୋଇଛନ୍ତି । ଏହି ଶପଥ ଗ୍ରହଣ ସମାରୋହ ପାଟନାର ଐତିହାସିକ ଗାନ୍ଧୀ ମୈଦାନରେ ଅନୁଷ୍ଠିତ ହୋଇଥିଲା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ସହ NDAର ଅନେକ ଶୀର୍ଷ ନେତାମାନେ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ । ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ତିନି ଲକ୍ଷରୁ ଅଧିକ ଲୋକଙ୍କ ସମାଗମ ହୋଇଥିଲା ।ରାଜ୍ୟପାଳ ଆରିଫ୍ ମହମ୍ମଦ ଖାନ ତାଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।ମନ୍ତ୍ରୀ ଭାବରେ ସମ୍ରାଟ ଚୌଧୁରୀ ଓ ବିଜୟ କୁମାର ସିହ୍ନା ମଧ୍ୟ ଶପଥ ଗ୍ରହଣ କରିଛନ୍ତି । ବିଜୟ ସିହ୍ନା ପୁଣିଥରେ ବିହାର ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି । ଶପଥ ଗ୍ରହଣ ସମୋରାହରେ ବିହାର ରାଜ୍ୟପାଳ ଆରିଫ୍ ମହମ୍ମଦ ଖାନ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ସହ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ମଧ୍ୟ ଉପସ୍ଥିତ ଥିଲେ । ସେହପରି ବିଜୟ କୁମାର ଚୌଧୁରୀ, ମଙ୍ଗଲ ପାଣ୍ଡେ, ଦିଲୀପ ଜୟସ୍ବାଲ, ଅଶୋକ ଚୌଧୁରୀ, ଶ୍ରବଣ କୁମାର ଓ ବିଜେନ୍ଦ୍ର ପ୍ରସାଦ ଯାଦବ ବିହାର କ୍ୟାବିନେଟରେ ମନ୍ତ୍ରୀ ପଦ ପାଇଁ ଶପଥ ଗ୍ରହଣ କରିଛନ୍ତି ।

LEAVE A REPLY

Please enter your comment!
Please enter your name here