ଭୁଶୁଡୁଛି ମାଓସଂଗଠନ। ଏବେ ଜଣ ଜଣ କରି ସମସ୍ତ ମାଓବାଦୀ ଥାନାରେ ଆତ୍ମସମର୍ପଣ କରୁଛନ୍ତି। ଛତିଶଗଡ଼ରେ ଏକାଥରକେ ୧୭୦ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଏ ନେଇ ଏକ୍ସରେ ସୂଚନା ଦେଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ନକ୍ସଲ ମୁକ୍ତ ଦେଶ ପାଇଁ ପ୍ରତିଶ୍ରୁତିବଦ୍ଧ ଶାହ କହିଛନ୍ତି। ଏହା ନକ୍ସଲବାଦ ବିରୋଧରେ ବଡ଼ ସଫଳତା ବୋଲି ଶାହ କହିଛନ୍ତି। ଏହାକୁ ମିଶାଇ ୨ ଦିନରେ ୨୫୮ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଏତେ ସଂଖ୍ୟକ ମାଓବାଦୀ ସଂଗଠନ ଛାଡ଼ି ମୁଖ୍ରସ୍ରୋତରେ ସାମିଲ ହେବାକୁ ଆଗେଇ ଆସିବା ସୁରକ୍ଷା ବାହିନୀ ପାଇଁ ବଡ଼ ସଫଳତା ବୋଲି କୁହାଯାଉଛି। ଦଣ୍ଡକାରଣ୍ୟ ଜଙ୍ଗଲରେ ସକ୍ରିୟ ଥିବା ଏହି ମାଓବାଦୀଙ୍କ ସଂଗଠନର ଟପ୍ ନେତା ଭୂପତି ଓରଫ ସୋନୁ ଆତ୍ମସମର୍ପଣ କରିବା ପରେ ଅନ୍ୟ ସଦସ୍ୟମାନେ ଅସ୍ତ୍ର ତ୍ୟାଗ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଯାହାଫଳରେ ମାଡ ଡିଭିଜନର ୧୨୦ ଏବଂ କୋୟଲିବେଡା ଡିଭିଜନର ୫୦ ସଦସ୍ୟ ସଂଗଠନ ଛାଡ଼ିଛନ୍ତି। ଗତକାଲି ମହାରାଷ୍ଟ୍ରରେ ୬୧ ନକ୍ସଲ ଅସ୍ତ୍ର ତ୍ୟାଗ କରି ମୁଖ୍ୟସ୍ରୋତକୁ ଆସିଥିବା ବେଳେ ଛତିଶଗଡ଼ରେ ମଧ୍ୟ ୨୭ ନକ୍ସଲ ଅସ୍ତ୍ର ତ୍ୟାଗ କରିଥିଲେ।

LEAVE A REPLY

Please enter your comment!
Please enter your name here