ଉତ୍ତରପୂର୍ବ ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟରେ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ ଓ କେନ୍ଦୁଝରରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୪ଟି ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି । ଅନ୍ୟ ୧୦ଟି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେଗୁଡିକ ହେଲା, ସୁନ୍ଦରଗଡ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ଢେଙ୍କାନାଳ, କଟକ, ପୁରୀ, ଗଞ୍ଜାମ, ଗଜପତି ଓ ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here