ଭୁବନେଶ୍ୱର:ରାଜ୍ୟରେ ଚାଲିଥିବା SIR ରେ କଟିଲା ୨୦ ଲକ୍ଷ ୧୪ ହଜାର ଭୋଟରଙ୍କ ନାଁ । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର, ଏସ୍ ଗୋପାଳନ ।ସେ କହିଛନ୍ତି ଯେ, ଚିଠା ତାଲିକା ପ୍ରସ୍ତୁତ ହୋଇ ରାଜନୈତିକ ଦଳକୁ ଦିଆଯାଇଛି । ୩ କୋଟି ୩୩ ଲକ୍ଷ ୯୯ ହଜାର ୫୯୧ ଭୋଟର ଥିବା ବେଳେ ୩ କୋଟି ୧୩ ଲକ୍ଷ ୮୭ ହଜାର ୩୪ ଭୋଟର ସେମାନଙ୍କ ଫର୍ମ ଦାଖଲ କରିଛନ୍ତି ୨୦ ଲକ୍ଷ ୧୪ ହଜାର ଲୋକଙ୍କ ନାମ ବାଦ ପଡିଥିବା ବେଳେ ଏଠି ମଧ୍ୟରୁ ମୃତ ବ୍ୟକ୍ତିଙ୍କ ସଂଖ୍ୟା ୮ ଲକ୍ଷ ୩୨ ହଜାର ଭୋଟର ରହିଛନ୍ତି । ସ୍ଥାନାନ୍ତରିତ /ଅନୁପସ୍ଥିତ ପାଇଁ ୧୦ ଲକ୍ଷ ୭ ହଜାର । ଭୋଟର ତାଲିକାରେ ଏକାଧିକ ସ୍ଥାନରେ ପଞ୍ଜିକୃତ ରହିଛି। ସେହିଭଳି ୧ ଲକ୍ଷ ୫୮ ହଜାର ଓ ଅନ୍ୟ କାରଣ ପାଇଁ ୧୪ ହଜାର ଭୋଟର ରହିଛନ୍ତି।ରାଜ୍ୟରେ ୧ କୋଟି ୬୦ ଲକ୍ଷ ୧୯ ହଜାର ୧୭୬ ପୁରୁଷ ଭୋଟର ଥିବା ବେଳେ ୧ କୋଟି ୫୩ ଲକ୍ଷ ୬୫ ହଜାର ୮୩ ଜଣ ମହିଳା ଭୋଟର ରହିଛନ୍ତି। ସେହିଭଳି ୨ ହଜାର ୭୭୫ ଜଣ ତୃତୀୟ ଲିଙ୍ଗ ଭୋଟର ରହିଛନ୍ତି।ସେ କହିଛନ୍ତି ଯଦି ଭୁଲରେ କାହାର ନାଁ କଟିଥିବ ସେ ଆବେଦନ କରିପାରିବେ।ଆଜିଠୁ ମାସେ ଯାଏଁ ଆପତ୍ତି ଅଭିଯୋଗ ଶୁଣାଣି ରହିଛି । ଅଗଷ୍ଟ ୪ ତାରିଖ ଯାଏଁ ଆପତ୍ତି ଅଭିଯୋଗ ଜଣାଇପାରିବେ । ନାଁ ନଥିଲେ ଫର୍ମ-୬ର ଆନେକ୍ସର-୪ ଅନୁଯାୟୀ ଆବେଦନକରିପାରିବେ ।













