ଭୁବନେଶ୍ୱର: ରାଜଧାନୀ ଉପକଣ୍ଠସ୍ଥ ଓଲଟପୁର ଥାନା ମଉଜପୁର ଗାଁର ସୌମ୍ୟ ରଞ୍ଜନ ସ୍ଵାଇଁଙ୍କୁ ପିଟି ପିଟି ମାରିଦେବା ଘଟଣାରେ ପୁଲିସ ୪ ଜଣଙ୍କୁ ଗିରଫ କରିଛି । ଏଥିସହ ଅନ୍ୟ ଅଭିଯୁକ୍ତଙ୍କୁ ଧରିବା ପାଇଁ ପୁଲିସ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି। ଏହି ଘଟଣା ପରେ ବାଲିଅନ୍ତା ଥାନା ପରିସରରେ ଉତ୍ତେଜନା ଦେଖା ଦେଇଛି। ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ୱାଇ.ବି ଖୁରାନିଆଙ୍କ ସହିତ କଥା ହୋଇ ଘଟଣାର ପୁଙ୍ଖାନୁପୁଙ୍ଖ ଯାଞ୍ଚ୍ କରିବା ସହିତ ଦୋଷୀମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏଭଳି ହତ୍ୟା ଘଟଣାର ଯେପରି ପୁନରାବୃତ୍ତି ନହୁଏ, ସେଥିପ୍ରତି ପୋଲିସ ପ୍ରଶାସନ ଓ ପୋଲିସ ବାହିନୀ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ସୂଚନାଯୋଗ୍ୟ ଯେ ବାଲିଅନ୍ତା ଥାନା ଅଞ୍ଚଳର ୨ ଜଣ ଯୁବତୀ ଏକ ସ୍କୁଟିରେ ଭିଙ୍ଗାରପୁର ଯାଉଥିଲେ। ଏହି ସମୟରେ ସୌମ୍ୟ ରଞ୍ଜନ ଏବଂ ତାଙ୍କର ଜଣେ ସହଯୋଗୀ ଓମ ପ୍ରକାଶ ଏକ ବାଇକରେ ଆସି ୨ ଯୁବତୀଙ୍କୁ ଆକ୍ରମଣ ସହ ଅସଦାଚାରଣ କରିଥିଲେ। ଯୁବତୀଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ଦୁଇ ଯୁବକଙ୍କୁ କାବୁ କରି ନିସ୍ତୁକ ମାଡ଼ ମାରିଥିଲେ। ଏଥିରେ ଦୁଇ ଜଣ ଗୁରୁତର ଆହତ ହୋଇଥିଲେ। ଘଟଣା ସ୍ଥଳରେ ବାଲିଅନ୍ତା ପୋଲିସ ପହଁଞ୍ଚି ୨ଯୁବକଙ୍କୁ ଉଦ୍ଧାର କରି ମେଡିକାଲ୍ ପଠାଇଥିଲେ । କ୍ୟାପିଟାଲ୍ ହସ୍ପିଟାଲରେ ଡାକ୍ତର ସୌମ୍ୟଙ୍କୁ ମୃତ ଘୋଷଣା କରିଥିଲେ l

LEAVE A REPLY

Please enter your comment!
Please enter your name here