ପୁରୀ: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ପୁରୀ ମେଡିକାଲ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ରଥଯାତ୍ରା ସମୟରେ ଆହତ ହୋଇ ଚିକିତ୍ସାଧୀନ ଥିବା ଶ୍ରଦ୍ଧାଳୁମାନଙ୍କ ସହ ସାକ୍ଷାତ କରି ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ଅବଗତ ହୋଇଛନ୍ତି। ଏହା ସହ ସେ ନବନିର୍ମିତ ମେଡିକାଲର ବିଭିନ୍ନ ବିଭାଗ ବୁଲି ଦେଖିବା ସହ ସେଠାରେ ଉପଲବ୍ଧ ଆଧୁନିକ ଭିତ୍ତିଭୂମି ଓ ଚିକିତ୍ସା ସୁବିଧାର ପ୍ରଶଂସା କରିଥିଲେ। ରାଜ୍ୟ ସରକାରଙ୍କ ଏହି ଆଧୁନିକ ମେଡିକାଲ ପୁରୀ ଓ ଆଖପାଖ ଅଞ୍ଚଳର ଲୋକଙ୍କୁ ଉନ୍ନତ ସ୍ୱାସ୍ଥ୍ୟସେବା ଯୋଗାଇବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା କହିଛନ୍ତି।

LEAVE A REPLY

Please enter your comment!
Please enter your name here