ଭୁବନେଶ୍ୱର: ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ନେଇ ପୋଲିସ ଡିଜି କଡ଼ା ଚେତାବନୀ ଦେଇଛନ୍ତି । ସେ କହିଛନ୍ତି ଯେ, ଅପରାଧକୁ ଜିରୋ ଟୋଲରେନ୍ସ। ଅପରାଧୀଙ୍କ ପାଇଁ ଓଡ଼ିଶାରେ ସ୍ଥାନ ନାହିଁ । ଅପରାଧ ଘଟାଇବା ପାଇଁ ଯେଉଁମାନେ ଚିନ୍ତା କରୁଛନ୍ତି ବ୍ରହ୍ମପୁର ଓ ସମ୍ବଲପୁର ଭଳି ଏନକାଉଣ୍ଟର ପାଇଁ ପ୍ରସ୍ତୁତ ରୁହନ୍ତୁ। ଗତ ୫ ଦିନ ମଧ୍ୟରେ ସାରା ରାଜ୍ୟରେ ୧୭୭୧ ଜଣଙ୍କୁ NBW ଡ୍ରାଇଭ୍ କରାଯାଇଛି । ୬ ଜଣଙ୍କ ବିରୋଧରେ NSA ଲଗାଯାଇଛି । ୫୦ ରୁ ଅଧିକ ଫେରାର ଅପରାଧୀଙ୍କୁ ଗିରଫ କରାଯାଇଛି । ସେହିଭଳି ଗୁଇନ୍ଦା ଆଧାରରେ ଜେଲ୍ ଫେରାନ୍ତଙ୍କ ଉପରେ କଡ଼ା ନଜର ରଖା ଯାଇଛି। ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତିରେ ସୁଧାର ଆଣିବା ପାଇଁ ପ୍ରତ୍ୟେକ ଜିଲ୍ଲାର ଏସପି ଗ୍ରାଉଣ୍ଡ ଜିରୋରେ କାର୍ଯ୍ୟ କରୁଛନ୍ତି ।

LEAVE A REPLY

Please enter your comment!
Please enter your name here