ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଓଡ଼ିଶାରେ ୨୩ ଓ ୨୪ ସେପ୍ଟେମ୍ବରରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ୫୫ରୁ ୬୫ କିମି ବେଗରେ ଝଡ଼ ପବନ ବହିବ।IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ୨୨ ତାରିଖ ସନ୍ଧ୍ୟାରୁ ବର୍ଷା ଆରମ୍ଭ ହେବ ଏବଂ ୨୩ ଓ ୨୪ରେ ଏହାର ତୀବ୍ରତା ସର୍ବାଧିକ ରହିବ। ୨୫ ତାରିଖରେ ବର୍ଷା ଉପକୂଳରୁ ଆଭ୍ୟନ୍ତରୀଣ ଓଡ଼ିଶାକୁ ସ୍ଥାନାନ୍ତରିତ ହେବ। ବିଶେଷକରି ପୁରୀର ଦକ୍ଷିଣ ଭାଗ ଓ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକ ସର୍ବାଧିକ ପ୍ରଭାବିତ ହେବେ। ସମ୍ଭାବ୍ୟ ପ୍ରବଳ ବର୍ଷାକୁ ଦୃଷ୍ଟି ରେ ରଖି ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ତା. ୨୨.୦୯.୨୦୨୬ ରିଖ ଠାରୁ ତା.୨୪.୦୯.୨୦୨୬ରିଖ ପର୍ଯ୍ୟନ୍ତ ତିନିଦିନ ଧରି ବନ୍ଦ ରହିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି । ଶିଶୁ ବାଟିକା ଠାରୁ ଆରମ୍ଭ କରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଥିବା ବିଦ୍ୟାଳୟ ଗୁଡିକ ବନ୍ଦ ରହିବ । ସେହିଭଳି ଜିଲ୍ଲାର ସମସ୍ତ ଅଙ୍ଗନୱାଡି କେନ୍ଦ୍ର ଏହି ତିନି ଦିନ ବନ୍ଦ ରହିବା ନେଇ ମଧ୍ୟ ନିର୍ଦ୍ଦେଶ ଜାରି କରାଯାଇଛି।











