ଭୁବନେଶ୍ୱର: ନୂଆଦିଲ୍ଲୀରୁ ବାୟୁସେନାର ସ୍ବତନ୍ତ୍ର ବିମାନରେ ଭୁବନେଶ୍ବର ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଜିଠାରୁ ମହାମହିମ ଦ୍ରୌପଦୀ ମୁର୍ମୁଙ୍କ ତିନିଦିନିଆ ଗସ୍ତ । କଟକ, ଖୋର୍ଦ୍ଧା ଓ ଗଞ୍ଜାମ ଜିଲ୍ଲାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । କଟକ ଯାଇ ଡମପଡ଼ାନିକଟ ବାଆଁରା ଠାରେ ଜଗତ ଗୁରୁ ଶ୍ରୀ କୃପାଳୁ ମହାରାଜ ବିଶ୍ଵବିଦ୍ୟାଳୟ କୁ ଉଦଘାଟନ କରିବେ । ଭୁବନେଶ୍ବରରେ ୪୦ପ୍ଲାଟୁନ ଓ କଟକରେ ୧୭ ପ୍ଲାଟୁନ ଫୋର୍ସ ନିୟୋଜିତ ହେବେ । କଟକ କାର୍ଯ୍ୟକ୍ରମ ପରେ ଆସନ୍ତାକାଲି ଗଞ୍ଜାମ ଜିଲ୍ଲା ଗସ୍ତ କରିବେ ରାଷ୍ଟ୍ରପତି । ବର୍ଷା ଋତୁକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ଟ୍ରେନରେ ବ୍ରହ୍ମପୁର ଯିବେ | ସେଠାରୁ ସଡ଼କ ପଥରେ ତପ୍ତପାଣି ଯାଇ ମାଆ କନ୍ଧୁଣୀ ଦେବୀଙ୍କ ପୀଠକୁ ଯାଇ ପୂଜାର୍ଚ୍ଚନା କରିବେ । ଗୋଳବନ୍ଧ ଠାରେ ଆର୍ମି ଏୟାର ଡିଫେନସ କଲେଜରେ ସେ ରାତ୍ରିଯାପନ କରିବେ। ବ୍ରହ୍ମପୁର ରେଳ ଷ୍ଟେସନକୁ ହାଇ ଆଲର୍ଟ ଘୋଷଣା କରାଯାଇଛି । ଗଞ୍ଜାମ ଗସ୍ତ ବେଳେ ୪୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ। ଭୁବନେଶ୍ୱରରୁ ବ୍ରହ୍ମପୁର ପର୍ଯ୍ୟନ୍ତ ସମଗ୍ର ରେଳପଥରେ ସୁରକ୍ଷା କଡ଼ାକଡ଼ି କରାଯିବ । ରେଲୱେ ଟ୍ରାକରେ ନିରନ୍ତର ପାଟ୍ରୋଲିଂ, ଆଣ୍ଟି-ସାବୋଟାଜ୍ ଯାଞ୍ଚ, ପ୍ରତ୍ୟେକ ଲେବଲ୍ କ୍ରସିଂରେ କର୍ମଚାରୀ ମୁତୟନ, ଷ୍ଟେସନରେ ଯାତ୍ରୀଙ୍କ ପ୍ରବେଶ ନିୟନ୍ତ୍ରଣ, ପ୍ଲାଟଫର୍ମରେ କେବଳ ଅନୁମୋଦିତ କର୍ମଚାରୀଙ୍କୁ ସ୍ୱତନ୍ତ୍ର ପାସ ସହ ପ୍ରବେଶ ଭଳି ବ୍ୟବସ୍ଥା ରହିବ । ଭୁବନେଶ୍ୱର ଓ ବ୍ରହ୍ମପୁର ରେଳ ଷ୍ଟେସନକୁ ହାଇ ଆଲର୍ଟରେ ରଖାଯାଇଛି । ଷ୍ଟେସନ ପରିସରର ସ୍ୱଚ୍ଛତା, ସୁରକ୍ଷା, ଟ୍ରେନ୍ ର ଯାନ୍ତ୍ରିକ ଯାଞ୍ଚ, ଜରୁରୀକାଳୀନ ଚିକିତ୍ସା ବ୍ୟବସ୍ଥା ଓ ପାଣିପାଗ ଜନିତ ପରିସ୍ଥିତି ମୁକାବିଲା ପାଇଁ ବିକଳ୍ପ ପ୍ରସ୍ତୁତି ମଧ୍ୟ ସରିଛି । ଆବଶ୍ୟକ ସ୍ଥାନରେ ‘ନୋ-ଫ୍ଲାଇଂ-ଜୋନ୍‌ ଓ ନୋ-ଡ୍ରୋନ-ଜୋନ୍‌’ ଘୋଷଣା କରାଯାଇଛି ।

LEAVE A REPLY

Please enter your comment!
Please enter your name here