ଭୁବନେଶ୍ବର:ରାଜ୍ୟସଭା ଉପ-ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ସୋମବାର ଠାରୁ ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେଉଥିବା ବେଳେ ଏହା ଜୁନ୍ ୮ ତାରିଖ ପର୍ଯ୍ୟନ୍ତ ଚାଲିବ । ଜୁନ୍ ୯ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ । ସେହିଭଳି ଜୁନ୍ ୧୧ ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଛି । ଜୁନ୍ ୧୮ ତାରିଖରେ ରାଜ୍ୟସଭା ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ କରାଯିବ ।ରାଜ୍ୟସଭା ଉପନିର୍ବାଚନ ପାଇଁ ରିଟର୍ଣ୍ଣିଂ ଅଫିସର୍‌ ନିଯୁକ୍ତ ହୋଇଛନ୍ତି । ବିଧାନସଭା ସଚିବ ସତ୍ୟବ୍ରତ ରାଉତଙ୍କୁ ରିଟର୍ଣ୍ଣିଂ ଅଫିସର୍‌ ଦାୟିତ୍ୱ ଦିଆଯାଇଛି । ସେହିଭଳି ବିଦ୍ୟାଧର ମାଝୀ ଯୁଗ୍ମ ସଚିବଙ୍କୁ ସହାୟକ ରିଟର୍ଣ୍ଣିଂ ଅଫିସର୍‌ ଭାବେ ନିଯୁକ୍ତ କରାଯାଇଛି ।ଦେବାଶିଷ ସାମନ୍ତରାୟ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେବାପରେ ଖାଲି ପଡ଼ିଥିବା ଆସନ ପାଇଁ ହେବ ଉପ-ନିର୍ବାଚନ ।

LEAVE A REPLY

Please enter your comment!
Please enter your name here