ଭୁବନେଶ୍ୱର: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର । ମହୋଦଧିରେ ବୁଡ଼ ପକାଇବା ପାଇଁ ବଡ଼ି ଭୋରୁ ହଜାର ହଜାର ଭକ୍ତଙ୍କ ସୁଅ ଛୁଟିଛି । ଆଜି ଭୋରରୁ ମହୋଦଧିରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ସ୍ନାନ କରିବା ସହ କଦଳୀ ପଟୁକାରେ ତିଆରି ଡଙ୍ଗାରେ ପାନ, ଗୁଆ, ଫୁଲ ଥୋଇ ଭସାଇଛନ୍ତି । ଏହାସହ ଆ-କା-ମା-ବୈ, ପାନ ଗୁଆ ଥୋଇରେ ଗୁଞ୍ଜରିତ ହୋଇଛି ସମଗ୍ର ବେଳାଭୂମି । ନିଜ ପରିବାର ତଥା ବନ୍ଧୁଙ୍କ ସହ ଲୋକେ ବିଭିନ୍ନ ତୀର୍ଥ ପୁଷ୍କରିଣୀ ଓ ମହୋଦଧି ତଟକୁ ଆସି ଡଙ୍ଗା ଭସାଇଥିଲେ । ସେହିପରି ପବିତ୍ର କାର୍ତ୍ତିକ ମାସ ପୂର୍ଣ୍ଣିମା ପାଇଁ ହବିଷ୍ୟାଳୀମାନେ ମଧ୍ୟ ସମୁଦ୍ର ବେଳାଭୂମିରେ ପୂଜାର୍ଚ୍ଚନା କରିବା ସହିତ ଆଜିର ପ୍ରଥମ ସୂର୍ଯ୍ୟୋଦୟ ଦେଖିଛନ୍ତି । ହଜାର ହଜାର ଭକ୍ତ ମହୋଦଧି ତଟରେ ଏକତ୍ରିତ ହୋଇ କାର୍ତ୍ତିକ ପୂର୍ଣ୍ଣିମାର ପୂଣ୍ୟ ଲାଭ କରିଛନ୍ତି । ବିଶ୍ବାସ ରହିଛି ଆଜିର ଦିନରେ ମହୋଦଧିରେ ବୁଡ଼ ପକାଇଲେ ଅଶେଷ ପୂଣ୍ୟ ପ୍ରାପ୍ତି ହୋଇଥାଏ lସେହିପରି ଏକାମ୍ର କ୍ଷେତ୍ର ରେ ଥିବା ବିନ୍ଦୁ ସାଗରରେ ସକାଳୁ ସକାଳୁ ହଜାର ହଜାର ଶ୍ରଦ୍ଧାଳୁ ଡ଼ଙ୍ଗା ଭସାଇବାର ଦେଖିବାକୁ ମିଳିଛି l ଏହା ବ୍ୟତୀତ ଓଡିଶାର ବିଭିନ୍ନ ଜଳାଶୟ ନିକଟରେ ମଧ୍ୟ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗି ରହିଛି ।

LEAVE A REPLY

Please enter your comment!
Please enter your name here