ନୂଆଦିଲ୍ଲୀ: କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଦିଲ୍ଲୀ ଏମ୍ସ ହସ୍ପିଟାଲରେ ଭର୍ତ୍ତି | ସେ ହଠାତ୍‌ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ତତ୍କାଳ ଦିଲ୍ଲୀ ସ୍ଥିତି ଏମ୍ସରେ ଭର୍ତ୍ତି କରାଯାଇଛି। ଛାତିରେ ଯନ୍ତ୍ରଣା ହେବାରୁ ହୃଦରୋଗ ବିଭାଗରେ ଚିକିତ୍ସାଧୀନ ଥିବା ଜଣାପଡ଼ିଛି । ଏମ୍ସ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଗତକାଲି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ହଠାତ୍‌ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ତତ୍କାଳ ଦିଲ୍ଲୀ ସ୍ଥିତି ଏମ୍ସରେ ଭର୍ତ୍ତି କରାଯାଇଛି। ଶ୍ରୀ ନଡ୍ଡା ଛାତିରେ ଯନ୍ତ୍ରଣା ଅନୁଭବ କରୁଥିବାରୁ ତାଙ୍କ ହାର୍ଟର ଏଞ୍ଜିଓଗ୍ରାଫି କରାଯାଇଛି। ଏହା ସହିତ ଅନ୍ୟାନ୍ୟ ପରୀକ୍ଷା ମଧ୍ୟ କରାଯାଇଛି । ଏବେ ତାଙ୍କ ଅବସ୍ଥା ସ୍ଥିର ରହିଛି ଓ ଏମ୍ସର ହୃଦରୋଗ ବିଭାଗରେ ତାଙ୍କର ଚିକିତ୍ସା ଚାଲିଛି ।

LEAVE A REPLY

Please enter your comment!
Please enter your name here