ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଯୁକ୍ତଦୁଇ କଳା ପରୀକ୍ଷାଫଳ ଆଜି ପ୍ରକାଶ ପାଇଛି । କଳାରେ 98.58 ପ୍ରତିଶତ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି । 1 ଲକ୍ଷ 89 ହଜାର 363 ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ 1 ଲକ୍ଷ 86 ହଜାର 685 ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି । ପ୍ରଥମ ଶ୍ରେଣୀରେ 30 ହଜାର 510 ଜଣ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ଦ୍ବିତୀୟ ଶ୍ରେଣୀରେ 46 ହଜାର 101 ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି । ତୃତୀୟ ଶ୍ରେଣୀରେ 10 ହଜାର 76 ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି । 90 ପ୍ରତିସତ ଉପରେ ମାତ୍ର 95 ଜଣ ଛାତ୍ରଛାତ୍ରୀ ରହିଛନ୍ତି । ସେହିପରି ଛାତ୍ରଙ୍କ ଉତ୍ତୀର୍ଣ୍ଣ ହାର 85 ପ୍ରତିଶତ ରହିଥିବା ବେଳେ ଛାତ୍ରୀଙ୍କ ହାର 92 ପ୍ରତିଶତ ରହିଛି ।

କୋଭିଡ କଟକଣା ପାଇଁ ପରୀକ୍ଷା ହୋଇ ନଥିବାରୁ ବିକଳ୍ପ ପଦ୍ଧତିରେ ମୂଲ୍ୟାୟନ କରାଯାଇଥିଲା । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଆନୁଷ୍ଠାନିକ ଭାବେ ପରୀକ୍ଷା ଫଳ ଘୋଷଣା କରିଛନ୍ତି । orissaresults.nic.in ରେ ପରୀକ୍ଷାଫଳ ଉପଲବ୍ଧ ବୋଲି ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ଏଥିସହିତ ଧନ୍ଦାମୂଳକ ପରୀକ୍ଷା ଫଳ ମଧ୍ୟ ପ୍ରକାଷ ପାଇଛି ।

LEAVE A REPLY

Please enter your comment!
Please enter your name here