ଭୁବନେଶ୍ୱର: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ପିଏମ୍ ମୋଦି ତାଙ୍କର ଦୀର୍ଘ ଏବଂ ସୁସ୍ଥ ଜୀବନ କାମନା କରଛନ୍ତି । ଏହା ସହିତ ଜାତୀୟ ଶିକ୍ଷା ନୀତିର ସଫଳ କାର୍ଯ୍ୟକାରିତା ଦିଗରେ ଧର୍ମେନ୍ଦ୍ରଙ୍କୁ ପ୍ରଶଂସା କରିଛନ୍ତି । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ମା’ ସମଲେଶ୍ବରୀଙ୍କ ନିକଟରେ ନିରୋଗ ଏବଂ ଦୀର୍ଘାୟୁ କାମନା କରିଛନ୍ତି । ଜନସେବା ପାଇଁ ଭଗବାନ ତାଙ୍କୁ ଅସୀମ ଶକ୍ତି ପ୍ରଦାନ କରନ୍ତୁ ବୋଲି ଏକ୍ସ ପୋଷ୍ଟ କରି ଲେଖିଛନ୍ତି । ସୌରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଏକ୍ସରେ ପୋଷ୍ଟ କରି ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ସେ ଅନୁଗୋଳ ଜିଲ୍ଲା ତାଳଚେର ସହର ନିକଟସ୍ଥ ହାଣ୍ଡିଧୂଆରେ, ୧୯୬୯ ମସିହା ଜୁନ ୨୬ ତାରିଖରେ ଜନ୍ମ ଗ୍ରହଣ କରିଥିଲେ ।

LEAVE A REPLY

Please enter your comment!
Please enter your name here